ମଧୁବାବୁ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି

Feb 11, 2024 - 12:21
 2
ମଧୁବାବୁ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ଶନିବାର ଜାତୀୟ ସାମାଜିକ ସୁରକ୍ଷା କାର୍ୟ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।