ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

Sep 21, 2023 - 05:40
 4
ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ଵର : ଆସନ୍ତାକାଲି ବାଚସ୍ପତି ନିର୍ବାଚନ। ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ। ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବିଞ୍ଝାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରମିଳା ମଲ୍ଲିକ । ୧୯୯୦, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଞ୍ଝାରପୁର ଆସନରୁ ସେ ବିଧାୟିକା । ୧୯୯୦ରେ ପ୍ରଥମେ ଜନତା ଦଳରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ପ୍ରମିଳା । ୨୦୦୦ ମସିହାରୁ କ୍ରମାଗତ ଭାବେ ସେ ବିଜେଡିରୁ ବିଧାୟିକା ଭାବେ ଜିତିଛନ୍ତି । ବିଭିନ୍ନ ସମୟରେ ସେ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ଦାୟିତ୍ବରେ ରହିଛନ୍ତି । ୨୦୧୯ ରୁ ୨୦୨୨ ପର୍ୟ୍ୟନ୍ତ ସେ ସରକାରୀ ମୁଖ୍ୟ ସଚେତକ ଭାବେ ଦାୟିତ୍ବ ତୁଲାଇଛନ୍ତି । ୨୦୨୨ରେ ତାଙ୍କୁ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ। 

ଆସନ୍ତାକାଲି ପୂର୍ବାହ୍ନ ସାଢେ ୯ଟାରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ସଂଖ୍ୟାଦୃଷ୍ଟିରୁ ପ୍ରମିଳା ମଲ୍ଲିକ ବିଜୟୀ ହେବେ । ପ୍ରମିଳା ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ।