ଆଜି ଓଡ଼ିଶାର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

Dec 7, 2023 - 06:18
 12
ଆଜି ଓଡ଼ିଶାର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି ବାତ୍ୟା ମିଗଜୋମ୍ । ଏହା ତେଲେଙ୍ଗାନା ଉପକୂଳରେ କେନ୍ଦ୍ରୀଭୁତ ଥିବା ବେଳେ ଆଜି ଲଘୁଚାପ ଭାବରେ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଆଜି ବି ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଉପକୂଳରେ ପବନ ମଧ୍ୟ ବହିବ ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନିଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ସହ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକରେ ବର୍ଷା ହେବ । ଟୁଇନ୍ ସିଟି କଟକ ଭୁବନେଶ୍ବରରେ ମାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି ।

ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ । ଫିଲ୍ଡ ଭିଜିଟ୍ କରି କ୍ଷୟକ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ୧୨ ତାରିଖ ମଧ୍ୟରେ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ, କୃଷି ଓ ମତ୍ସସଂପଦ ବିଭାଗ ମିଳିତ ଭାବରେ ସ୍ବତନ୍ତ୍ର ଫର୍ମାଟରେ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି ।