ଲଘୁଚାପର ରୂପ ନେଇଛି ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ଲଘୁଚାପର ରୂପ ନେଲା ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ଘୂର୍ଣ୍ଣିବଳୟ । ଏହା ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିବ । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ପୂର୍ବାନୁମାନ, ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଶୁକ୍ରବାର ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିପରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୦ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରୁ ଆହୁରି ବଢ଼ିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।