ଆଜି ଲୋକାର୍ପିତ ହେବ ଦେଶର ଦୀର୍ଘତମ ସାମୁଦ୍ରିକ ସେତୁ

Jan 12, 2024 - 12:11
 4
ଆଜି ଲୋକାର୍ପିତ ହେବ ଦେଶର ଦୀର୍ଘତମ ସାମୁଦ୍ରିକ ସେତୁ

ନୂଆଦିଲ୍ଲୀ: ଦେଶର ଦୀର୍ଘତମ ସାମୁଦ୍ରିକ ସେତୁ ବା ପୋଲ । ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ ବା ଅଟଳ ସେତୁର ଆଜି ଉଦଘାଟନ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏହାର ଉଦଘାଟନ କରିବେ । ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ । ସେତୁ ଉପରେ ଚଢ଼ିବା ଓ ବାହାରିବା ସମୟରେ ବେଗ ଘଣ୍ଟା ପ୍ରତି ୪୦ କିଲୋମିଟର ରହିବ ।

ଏହି ପୋଲ ଦ୍ୱାରା ମୁମ୍ବାଇ ଏବଂ ନଭି ମୁମ୍ବାଇ ମଧ୍ୟରେ ଯାତ୍ରା ସମୟ ପ୍ରାୟ ୨ ଘଂଟାରୁ ପ୍ରାୟ ୨୦ ମିନିଟକୁ ହ୍ରାସ ପାଇବ । ଅର୍ଥାତ୍ ଏହି ସେତୁ ଉଦଘାଟନ ପରେ ଏବେ ଦକ୍ଷିଣ ମୁମ୍ବାଇରୁ ନଭି ମୁମ୍ବାଇରେ ପହଂଚିବାକୁ ମାତ୍ର ୨୦ ମିନିଟ୍ ସମୟ ଲାଗିବ । ଶନିବାରଠାରୁ ଏହି ପୋଲ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ । ଜନସାଧାରଣଙ୍କ ପାଇଁ ଏହି ପୋଲ ଖୋଲିବା ଦ୍ୱାରା ପ୍ରତ୍ୟେକ ଗାଡି ପ୍ରାୟ ୩୦୦ ଟଙ୍କାର ଇନ୍ଧନ ସଞ୍ଚୟ କରିବ ।

୨୦ ହଜାର କୋଟି ଟଙ୍କା ବ୍ୟୟରେ ଏହି ସେତୁ ତିଆରି ହୋଇଛି । ଅଟଳ ସେତୁରେ ଦୈନିକ ୭୦ ହଜାର ଯାନବାହନ ଚଳାଚଳ କରିବାର କ୍ଷମତା ରଖିଛି । ଏହାଦ୍ୱାରା କେବଳ ଯାତ୍ରୀଙ୍କ ଯାତ୍ରା ଦୂରତା ଓ ସମୟ କମିବ ନାହିଁ ବରଂ ସାମୁଦ୍ରିକ ସେତୁ ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ବୋଲି ଆଶା କରାଯାଉଛି ।