ବିଜେଡି ଛାଡ଼ିଲେ ବଳଭଦ୍ର ମାଝୀ

Jan 8, 2024 - 09:37
 8
ବିଜେଡି ଛାଡ଼ିଲେ ବଳଭଦ୍ର ମାଝୀ

ଭୁବନେଶ୍ୱର: ବିଜେଡିକୁ ବାଏ ବାଏ । ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ । ସେ ହେଉଛନ୍ତି ବଳଭଦ୍ର ମାଝୀ । ଶ୍ରୀ ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ।

ଏନେଇ ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦଳରେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି । 

ବଳଭଦ୍ର ମାଝୀ ଲାଞ୍ଜିଗଡ ଓ ନର୍ଲା ଆସନରୁ ୫ଥର ବିଧାୟକ ରହିଛନ୍ତି । ବିଜେଡି ଆରମ୍ଭରୁ ଦଳ ସହ ଥିଲେ ବଳଭଦ୍ର । ଜନତା ଦଳରୁ ଥରେ ବିଧାୟକ ହୋଇଥିବା ବଳଭଦ୍ର ପରବର୍ତ୍ତୀ ସମୟରେ ବିଜେଡି ଟିକେଟରେ ୪ ଥର ବିଧାୟକ ହୋଇଥିଲେ । ତେବେ ୨୦୧୯ରେ ବଳଭଦ୍ରଙ୍କ ବଦଳରେ ବିଜେଡି ପ୍ରଦୀପ ଦିଶାରୀଙ୍କୁ ଟିକେଟ ଦେଇଥିଲା । ପ୍ରଦୀପ ଦଳକୁ ବିଜୟ ଭେଟି ଦେଇଥିବା ବେଳେ ବିଜେଡିରେ ବଳଭଦ୍ରଙ୍କର ଗୁରୁତ୍ୱ କମିଥିଲା । ୨୦୧୯ରୁ ୨୦୨୪ ଯାଏଁ ଦଳରେ ରହିବା ପରେ ଏବେ ଦଳରେ ଅବହେଳା ହେଉଥିବା କହି ବିଜେଡି ଛାଡିଛନ୍ତି ବଳଭଦ୍ର ।

ତେବେ ଆଗକୁ ସାଧାରଣ ନିର୍ବାଚନ । ଯେଉଁଥି ପାଇଁ ଆଉ ଦିନ କେଇଟାଏ ଅଛି । ଏହା ପୂର୍ବରୁ ଶ୍ରୀ ମାଝୀ ବିଜେଡି ଛାଡ଼ିଛନ୍ତି । ତେଣୁ ସେ ବିଜେଡି ଛାଡ଼ି ବିଜେପି କିମ୍ବା କଂଗ୍ରେସରେ ସାମିଲ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।