ରାଷ୍ଟ୍ରପତିଙ୍କ ଗସ୍ତ କାର୍ୟ୍ୟକ୍ରମକୁ ତ୍ରୁଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବ

Nov 16, 2023 - 07:40
 6
ରାଷ୍ଟ୍ରପତିଙ୍କ ଗସ୍ତ କାର୍ୟ୍ୟକ୍ରମକୁ ତ୍ରୁଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବ

ଭୁବନେଶ୍ବର: ଆସନ୍ତା ୨୦ତାରିଖରୁ ୫ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଓଡ଼ିଶା ଗସ୍ତକୁ ନଜରର ରଖି ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ୟ୍ୟକ୍ରମଠୁ ପ୍ରତ୍ୟାବର୍ତ୍ତନ ପର୍ୟ୍ୟନ୍ତ ସମସ୍ତ କାର୍ୟ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ଗସ୍ତ କାର୍ୟ୍ୟକ୍ରମକୁ ତ୍ରୁଟିଶୂନ୍ୟ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଛନ୍ତି । ରାଷ୍ଟ୍ରପତି ନଭେମ୍ବର ୨୦ରୁ ୨୨ତାରିଖ ପର୍ୟ୍ୟନ୍ତ ପ୍ରଥମ ପର୍ୟ୍ୟାୟରେ ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସମ୍ବଲପୁରର ଗସ୍ତ କରି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ । ଦ୍ବିତୀୟ ପର୍ୟ୍ୟାୟରେ ୨୬ ତାରିଖ ଅପରାହ୍ମରେ ଭୁବେଶ୍ବରରେ ପହଞ୍ଚି ୨୭ ତାରିଖରେ ପାରାଦୀପରେ ବୋଇତବନ୍ଦାଣ କାର୍ୟ୍ୟକ୍ରମରେ ଯୋଗଦେବେ। ୫ ଦିନର ଗସ୍ତ କାର୍ୟ୍ୟକ୍ରମକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବୈଠକରେ ଗୁରୁତ୍ବ ଦିଆଯାଇଛି ।