ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ହେବ ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ
ବନେଶ୍ବର : ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ହେବ ଶେଷକୃତ୍ୟ । ଶେଷ ଦର୍ଶନ କରିବା ପାଇଁ ଏବେ ବିଶିଷ୍ଟ ବ୍ୟକ୍ତିଙ୍କ ଗହଳି ଜମୁଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ଖବର ଅନୁଯାୟୀ, ରବିବାର ରାତିରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା। ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟର ଅଗ୍ରଗଣ୍ୟ ଭାବେ ପରିଗଣିତ ହୋଇଥାନ୍ତି ଜୟନ୍ତ ମହାପାତ୍ର। ସେ ଥିଲେ ପ୍ରଥମ କବି ଯେ କି ଇଂରାଜୀ ସାହିତ୍ୟ ପାଇଁ ସାହିତ୍ୟ ଏକାଡେମି ପୁରସ୍କାର ପାଇଥିଲେ।