ପ୍ରଣବ : ଜନବିରୋଧୀ କାର୍ୟ୍ୟକୁ କେବେବି ପ୍ରଶୟ ଦେଇନାହାନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜନବିରୋଧୀ କାର୍ୟ୍ୟକୁ କେବେବି ପ୍ରଶୟ ଦେଇନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନବିରୋଧୀ ନେତାଙ୍କ ବିରୋଧରେ ଏଭଳି କାର୍ୟ୍ୟାନୁଷ୍ଠାନ ନୂଆ ନୁହେଁ। ପୂର୍ବରୁ ମଧ୍ୟ ନିଜ ଦଳର ବିଧାୟକଙ୍କ ଜନବିରୋଧୀ କାର୍ୟ୍ୟ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିର କାର୍ୟ୍ୟାନୁଷ୍ଠାନ ଏହାକୁ ପୁଣିଥରେ ପ୍ରମାଣିତ କରିଛି ବୋଲି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପ୍ରଣବ କହିଛନ୍ତି ଓଡ଼ିଶାବାସୀଙ୍କ ସ୍ବାର୍ଥ ସବୁଠୁ ଆଗରେ।
ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଜନବିରୋଧୀ କାର୍ୟ୍ୟ ପାଇଁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ବିଜେଡିରୁ ବହିଷ୍କାର କରିଥିଲେ ।