ଏନକାଉଣ୍ଟରରେ ନକ୍ସଲ ନିହତ

May 18, 2024 - 13:01
 4483
ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି ପୁଣି ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ।
ଆଜି ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି। ସର୍ଚ୍ଚ ଅପେରେସନ ପରେ ସବିଶେଷ ବିବରଣୀ ପ୍ରଦାନ କରାଯିବ ବୋଲି କୁହାଯାଇଛି।