କେତେ ଭୋଟରେ ଧର୍ମେନ୍ଦ୍ର ଆଗୁଆ ଅଛନ୍ତି ଜାଣନ୍ତୁ
ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ୧୯ଟି ଆସନରେ ଆଗୁଆ ଥିବାବେଳେ ବିଜେଡି ୧ ଓ କଂଗ୍ରେସ ୧ଟି ଆସନରେ ଆଗୁଆ ରହିଛି । ତେବେ ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ବହୁ ଭୋଟରେ ଆଗୁଆ ଅଛନ୍ତି ।
ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ୨୬୮୦୪୦ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କୁ ୨୧୧୬୭୭ଖଣ୍ଡ ଭୋଟ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ନଗେନ୍ଦ୍ର କୁମାର ପ୍ରଧାନଙ୍କୁ ୪୧୪୯୩ଖଣ୍ଡ ଭୋଟ ମିଳିଛି ।