କେତେ ଭୋଟରେ ଭର୍ତ୍ତୃହରି ଆଗୁଆ ଅଛନ୍ତି ଜାଣନ୍ତୁ

Jun 4, 2024 - 13:30
 3731
କେତେ ଭୋଟରେ ଭର୍ତ୍ତୃହରି ଆଗୁଆ ଅଛନ୍ତି ଜାଣନ୍ତୁ

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ୧୯ଟି ଆସନରେ ଆଗୁଆ ଥିବାବେଳେ ବିଜେଡି ୧ ଓ କଂଗ୍ରେସ ୧ଟି ଆସନରେ ଆଗୁଆ ରହିଛି । ତେବେ କଟକ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ବହୁ ଭୋଟରେ ଆଗୁଆ ଅଛନ୍ତି । 
ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କୁ ୨୦୯୭୫୨ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କୁ ୧୮୮୮୩୧ଖଣ୍ଡ ଭୋଟ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ସୁରେଶ ମହାପାତ୍ରଙ୍କୁ ୩୪୫୩୪ଖଣ୍ଡ ଭୋଟ ମିଳିଛି ।