ଦିନ ୧୧ଟା ସୁଦ୍ଧା ୨୨.୯୭ % ଭୋଟିଂ

Jun 1, 2024 - 12:29
 5423
ଦିନ ୧୧ଟା ସୁଦ୍ଧା ୨୨.୯୭ % ଭୋଟିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶେଷ ତଥା ଚତୁର୍ଥ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି।  ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।ଏହି ଅବସରରେ ସକାଳ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 

 ଏହି ପର୍ୟ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।

୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର୍ୟ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି।