ନିମାପଡ଼ାରେ ପ୍ରଭାତୀ ପରିଡ଼ା ଆଗୁଆ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ୭୩ଟି ଆସନରେ ଆଗୁଆ ଥିବାବେଳେ ବିଜେଡି ୫୫ ଓ କଂଗ୍ରେସ ୧୫ଟି ଆସନରେ ଆଗୁଆ ରହିଛି । ତେବେ ନିମୋପଡ଼ା ନିର୍ବାଚନମଣ୍ଡଳୀରେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଆଗୁଆ ଅଛନ୍ତି ।
୨୮ରୁ ବର୍ତ୍ତମାନ ସୁଦ୍ଧା ୬ ରାଉଣ୍ଡ ଗଣତି ହୋଇଥିବାବେଳେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡ଼ାଙ୍କୁ ୨୨୦୪୦ଖଣ୍ଡ ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକଙ୍କୁ ୨୦୪୬୪ଖଣ୍ଡ ଭୋଟ ମିଳିଛି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ କୁମାର ରାଉତରାୟଙ୍କୁ ୧୪୨୮ଖଣ୍ଡ ଭୋଟ ମିଳିଛି ।