ବଙ୍ଗୋପସାଗରରେ ଲଘୁଚାପ ରାଜ୍ୟରେ ୨ ଦିନ ପ୍ରବଳ ବର୍ଷା 

Sep 19, 2023 - 15:46
 5

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘୂର୍ଣ୍ଣଝଡ ଗତିକରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପର ସର୍ବାଧିକ ପ୍ରଭାବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପଡ଼ିବ । ଏହା ପ୍ରଭାବରେ ଆଜି ପାଇଁ ୧୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି  ।ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୯ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳରେ ୧୨୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି  । ୨୧ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।