ଭୋଟ ଦେଲେ ଅପରାଜିତା
ଭୁବନେଶ୍ୱର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ବହୁ ହେଭିଓ୍ବେଟ୍ ନେତା। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଲମ୍ବା ଲାଇନ୍ରେ ଆସି ଭୋଟ ଦେଇଛନ୍ତି। ଭୁବନେଶ୍ୱରରେ ବିଜେପିର ଅପରାଜିତାଙ୍କ ସହ ଲଢେଇ ବିଜେଡି ପ୍ରାର୍ଥୀ ତଥା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କର ସାମ୍ନାସାମ୍ନି ଲଢ଼େଇ ହେଉଛି ।
ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।
ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।