ଭୋଟ ଦେଲେ ପ୍ରଣବ ପ୍ରକାଶ

Jun 1, 2024 - 14:42
 3700
ଭୋଟ ଦେଲେ ପ୍ରଣବ ପ୍ରକାଶ

ଯାଜପୁର: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ମତଦାନ ଚାଲିଛି। ଏହି କ୍ରମରେ ଯାଜପୁରରେ ଭୋଟ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥର ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢୁଛନ୍ତି ପ୍ରଣବ ।

ପ୍ରକାଶ ଯେ  ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ୟ୍ୟାୟ ଭୋଟ୍।  ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି।  ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ଏହି ପର୍ୟ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।