ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି
ଭୁବନେଶ୍ବର: ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଅଂଶୁଘାତରେ ଢେଙ୍କାନାଳ, ବାଲେଶ୍ୱରରୁ ଜଣେ ଲେଖାଏଁ ଓ ମୟୂରଭଞ୍ଜରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ସେହିପରି ଆଉ ୧୪ ଅଂଶୁଘାତ ମୃତ୍ୟୁ ଅଭିଯୋଗର ତଦନ୍ତ ଚାଲିଥିବା ସୂଚନା ମିଳିଛି ।ରାଜ୍ୟରେ ୧ ହଜାର ୨୧୯ ଜଣ ଅଂଶୁଘାତ ଯୋଗୁଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
ଢେଙ୍କାନାଳରୁ ସର୍ବାଧିକ ୧୯୮ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏହାପରେ ମୟୂରଭଞ୍ଜରୁ ୧୪୬, ସୁନ୍ଦରଗଡ଼ରୁ ୧୩୧, ସମ୍ବଲପୁରରୁ ୧୨୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଆଗକୁ ରାଜ୍ୟରେ ପୁଣି ଗ୍ରୀଷ୍ମ ପ୍ରବାହ ଜାରି ହେବାକୁ ଯାଉଥିବାରୁ ଡାକ୍ତରଖାନା ପ୍ରସ୍ତୁତ ରଖା ଯାଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଏହାସହ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।