ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ: ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ କରିନି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ। ଅଷ୍ଟମ ଥର ପାଇଁ ରେପୋ ରେଟ୍ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରହିଛି।
ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଆଜି ଏହାର ମୁଦ୍ରା ନୀତି ଘୋଷଣା କରିଛି। ରେପୋ ରେଟରେ କୌଣସି ପରିବର୍ତ୍ତନ କରାଯାଇନଥିବା ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।
ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟିର ଛଅ ଜଣିଆ ସଦସ୍ୟକୁ ନେଇ ବୈଠକ ବସିଥିଲା। ଏଥିରେ ଗଚଉ ସଦସ୍ୟମାନଙ୍କ ମଧ୍ୟରୁ ଚାରି ଜଣ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବା ଉପରେ ଭୋଟ୍ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ରେପୋ ରେଟ୍ ଅପରିବର୍ତ୍ତିତ ରଖାଯାଇଥିବା ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି।