ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ

May 30, 2024 - 11:22
 4737
ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ

ଭୁବନେଶ୍ୱର: ଆଜି ସକାଳୁ ସକାଳୁ ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି । ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି । ହୀରାକୁଦରେ ୩୬.୪ , ସମ୍ବଲପୁରରେ ୩୬.୨, ରାଉରକେଲାରେ ୩୫.୪, ବରଗଡରେ ୩୫.୪, ସୁନ୍ଦରଗଡରେ ୩୪ ଡିଗ୍ରୀ ଓ ତାଳଚେରରେ ତାଳଚେରରେ ୩୪.୪ ଡିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି।

ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ଥିବା ବେଳେ ଆର୍ଦ୍ରତା ୮୭% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଗତକାଲି ବଲାଙ୍ଗିରରେ ସର୍ବାଧିକ ୪୬.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ଗତ ତିନିଦିନ ଭିତରେ ପ୍ରାୟ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଜନଜୀବନକୁ କଲବଲ କରୁଛି।