୧୧ ଓ ୧୨ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ହେବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ, ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏଥିସହିତ ଆଗାମୀ ଦୁଇ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ କମିବାର ସମ୍ଭାବନା ରହିଛି। ଏହାର ୩ ଦିନ ପରେ ପୁଣି ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଗଜପତି ଜିଲ୍ଲାର କିଛି ଅଞ୍ଚଳରେ ସାମାନ୍ୟ ବର୍ଷା ହୋଇଥ୍ଖବା େବଳେ ବାକି ଜିଲ୍ଲାରେ ପାଗ ସାଧାରଣତଃ ଶୁଖିଲା ରହିଥିଲା।