୧୯ ତାରିଖ ସନ୍ଧ୍ୟାରେ ଭୁବନେଶ୍ଵରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୯ ତାରିଖ ଦିନ ମୋଦି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୧୯ ତାରିଖ ସନ୍ଧ୍ୟା ୭ଟାରେ ଭୁବନେଶ୍ଵରରେ ପହଞ୍ଚିବେ ମୋଦି । ଦଳର ପ୍ରମୁଖ କାର୍ୟ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ପାଖାପାଖି ୧ ଘଣ୍ଟା ଯାଏଁ ନିର୍ବାଚନ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରିବେ ମୋଦି । ୨୦ ତାରିଖ ସକାଳେ ପୁରୀ ଯାଇ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ଏହାପରେ ପୁରୀ ବଡ଼ଦାଣ୍ଡରେ ରୋଡ ସୋ' କରିବେ ମୋଦି । ଏହାପରେ ଅନୁଗୋଳ ଯାଇ ସେଠାରେ ବିଶାଳ ଜନସଭାରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ଏହାପରେ କଟକ ଆସି ଜନ ସମାବେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।
ଏହାପୂର୍ବରୁ ମଧ୍ୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ରୋଡ୍ ସୋ' କରିଥିଲେ । ବଲାଙ୍ଗୀରରେ ମଧ୍ୟ ବିଶାଳ ଜନସଭାରେ ଉଦବୋଧନ ଦେଇଥିଲେ ।
ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତା ଘନ ଘନ ଗସ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି । ବିଜେଡି ସରକାରକୁ ସିଧା ଟାର୍ଗେଟ ସହ ମାରାଥନ ପ୍ରଚାର କରୁଛନ୍ତି କେନ୍ଦ୍ରୀୟ ବିଜେପି ନେତା । ଗତ ବୁଧବାର ବିଜେପିର ଚାଣକ୍ୟ ଅମିତ ଶାହ କଟକଠାରେ ବଡ଼ ଶୋଭାଯାତ୍ରା କରିଥିବାବେଳେ ଗତ ଗୁରୁବାର ଜେପି ନଡ୍ଡା ରାଜଧାନୀରେ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ପୁଣି ଥରେ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି ।