୨୬ ନାଗ ସାପ ଜବତ
snake
ବାଲେଶ୍ୱର: ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ । ଓଡ଼ିଶାରୁ ରାଜ୍ୟ ବାହାରକୁ ଲମ୍ବିଥିବା ଏହି ସାପ ବିଷ ରାକେଟର ପର୍ଦ୍ଦାଫାସ୍ କରିଛି ବନ ବିଭାଗ । ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଚଢ଼ାଉ କରି ଉଦ୍ଧାର ହୋଇଛି ୨୬ଟି ନାଗ ସାପ । ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି।
ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା, ତେବେ ଏଥିରେ ଆଉ କିଏ କିଏ ସାମିଲ ସେ ନେଇ ତଦନ୍ତ ଚାଲିଛିା ସାପ ଚାଲାଣ ପାଇଁ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ପେଡ଼ିକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରୁ ଆହୁରି ବହୁ ଲୋକ ସାମିଲ ଥିବା ସନ୍ଦେହ କରାଯାଉଛି। ତେଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି ହେଉଛି।